Skip to main content

କରୁଣ ବିଳାପ(*ଶିଶୁ କବିତା)✓

*କରୁଣ ବିଳାପ*✓

ଥାଆନ୍ତା କି ଯଦି ବିହଙ୍ଗ ପକ୍ଷ
ଉଡି ଯାଆନ୍ତି ମୁଁ ଆକାଶ ବକ୍ଷ

ଦେଖନ୍ତି ମୁଁ ସୂର୍ଯ୍ୟ,ଚନ୍ଦ୍ର ରୋଷଣୀ 
ତାରା ସଙ୍ଗେ ମିଶି ରଚି କାହାଣୀ 

ପରି ରାଇଜେ କରି ପରିକ୍ରମା
ସୁନ୍ଦର ସୃଷ୍ଟିର ଚାରୁ ଉପମା

ହେନା,କେତକୀ ଫୁଲ ପାରିଜାତ
ଦେଖି ମନ ମୋର ହୁଅନ୍ତା ତୃପ୍ତ

ଇନ୍ଦ୍ର,କୁବେର ସର୍ବ ଦେବାଦେବୀ
ଭକ୍ତି ଭାବନା ମନେ ରଖି ସେବି

ପଚାରନ୍ତି ମୋ ପିତାମାତା କଥା
ଦୂର କରନ୍ତେ ଯେତେ ଅଛି ବ୍ୟଥା

ମୁଁ ଛାର ଶିଶୁ କରିଛି କି ପାପ
କାହିଁ ଦେଲ  ପ୍ରଭୁ ଏତେ ଅଭିଶାପ

ଜଗତେ ସର୍ବେ ଯେତେ ସ୍ବେଚ୍ଛାଚାରୀ
ବିଶ୍ବାସ,ଭରସା କରନ୍ତି ଚୋରୀ

ମାତାପିତା ଛଡ଼ା ନୁହେଁ କେ' ନିଜର
ଲୋଭ,ମାୟାରେ ସର୍ବେ ସ୍ଵାର୍ଥପର

ତୁମ ବିନା ପ୍ରଭୁ ପତ୍ର ନ ହଲଇ
ପିତାମାତା ନେଲ କାଇଁ ଯେ ଛଡ଼ାଇ

ଥିଲି ମୁଁ ତାଙ୍କର ହୃଦ ଗଳାହାର
ସହି ନପାରି,ହେଲ ଯେ କଠୋର

ନିଃସଙ୍ଗ ଜୀବନେ ତୁମେ ହିଁ ସାହାରା
ନେଇଯାଅ ପାଶେ ହେଉଛି ନେହୁରା

କରିବି ସେବା ତୁମ ମନ ଜାଣି
ମାତାପିତା ପାଇ ହେବି ମୁଁ ଋଣୀ

ସକଳ ସର୍ଜନା ଜ୍ୟୋତି ପ୍ରଦାୟକ
ଏ ବାଚାଳ ମନୁ ଦୂର କର ଶୋକ

ତୁମେ ହିଁ ମୋର ଆଶାର ଆଲୋକ
ଦେଇଦିଅ ପ୍ରଭୁ ବିହଙ୍ଗ ସମ ପଂଖ।

Comments

Popular posts from this blog

ଅଳସୁଆ ଦୁଃଖ ପାଏ (ଶିଶୁ କବିତା )✓

ଅଳସୁଆ ଦୁଃଖ ପାଏ ସମୟ ହାତରେ ଘଣ୍ଟି, ଟିକ୍–ଟିକ୍ କରି କୁହେ  “ଉଠ, ଚାଲ, ସୃଷ୍ଟି କର।” କିନ୍ତୁ ଅଳସୁଆ ଶୋଇ ରହେ, ଚାଦରକୁ ଭାବେ ସ୍ଵପ୍ନର ରାଜ୍ୟ, କାରଣ ସେ ପ୍ରକୃତିର ନିୟମରୁ ବିପରୀତ କରିଥାଏ। ପ୍ରକୃତି କେବେ ଅଳସୁଆ ନୁହେଁ ସୂର୍ଯ୍ୟ ନିତ୍ୟ ଉଦୟ ହୁଏ, ନଦୀ ସଦା ବହେ, ଗଛ ସଦା ବୃଦ୍ଧି ପାଏ, ପକ୍ଷୀ ସଦା ପରିଶ୍ରମରେ ନୀଡ଼ ଗଢ଼େ।  ଯେପରି ବୀଜ ମାଟିରେ ପଡ଼ି ଶ୍ରମର ସ୍ନେହ ପାଇଲେ ଗଛରେ ପରିଣତ ହୁଏ, ତେଣୁ ମଣିଷର ଭାଗ୍ୟ କେବଳ କାର୍ଯ୍ୟରେ ପ୍ରସ୍ଫୁଟିତ। କାର୍ଯ୍ୟହୀନ ବୀଜ ଶୁଖିଯାଏ, ଜୀବନର କାଳୀନୀ କୌଣସି ଫଳ ଦିଏନାହିଁ। ଜୀବନ ହେଉଛି ଏକ ପ୍ରବାହମାନ ନଦୀ, ଯେଉଁଥିରେ ସମୟର ଝରଣା ନିରନ୍ତର ପ୍ରବାହିତ ହୋଇ ବହିଯାଏ। କର୍ମରେ ରହିଛି ଆନନ୍ଦ, ଶ୍ରମରେ ରହିଛି ସ୍ୱାଧୀନତା, ପରିଶ୍ରମରେ ହିଁ ମଣିଷ ନିଜ ଆତ୍ମାକୁ ଜୀବନ୍ତ କରିଥାଏ। ତତ୍ତ୍ୱ କୁହେ... କର୍ମ ହିଁ ଯଜ୍ଞ, ଶ୍ରମ ହିଁ ଧ୍ୟାନ, ପରିଶ୍ରମ ହିଁ ମୁକ୍ତିର ପଥ। କର୍ମଯୋଗୀ ସମୟ ସହିତ  ଏକତାରେ ସ୍ଵୟଂକୁ ଦେଖେ। ତା’ର ପାଇଁ ପ୍ରତ୍ୟେକ କ୍ଷଣ ହୁଏ ଅମୃତ, ପ୍ରତ୍ୟେକ କାର୍ଯ୍ୟ ହୁଏ ଉପାସନା। ଅଳସୁଆ ମନରେ ସ୍ୱପ୍ନ ଥାଏ, କିନ୍ତୁ ହାତ ଆଗକୁ ବଢ଼େନି, ଚକ୍ଷୁରେ ଆଶା ଭରିଥାଏ, କିନ୍ତୁ ପାଦେ ପାଦେ ମନ୍ଥରତାର ବେଡ଼ି। ତା’ର ହାତରେ ରହିଯାଏ କେବଳ  ଦୁଃଖର ଖାଲିପଣ ଓ ପଶ୍ଚାତ୍ତାପର ଲୁହ। ମିନାକ୍ଷୀ ଦ୍ବିବେଦୀ  ୭୯୭୮୦୮୨୮୩୪ ଗୁରୁ ଗ୍ରାମ...

ଚିପକୋର ପ୍ରେରଣା: ବିଶ୍ନୋଇ ନାରୀର ଅଦମ୍ୟ ସାହସ”

“ଚିପକୋର ପ୍ରେରଣା: ବିଶ୍ନୋଇ ନାରୀର ଅଦମ୍ୟ ସାହସ” ମାନବ ଇତିହାସ ଅଗଣିତ ବଳିଦାନର ସାକ୍ଷୀ। କେହି ଦେଶ ପାଇଁ, କେହି ଧର୍ମ ପାଇଁ, କେହି ସତ୍ୟ ପାଇଁ ପ୍ରାଣ ଦେଇଥାନ୍ତି। କିନ୍ତୁ ପ୍ରକୃତି ପାଇଁ ପ୍ରାଣ ଆହୁତି ଦେବାର ଉଦାହରଣ ଅତ୍ୟନ୍ତ ଦୁର୍ଲଭ । ମାନବ ସଭ୍ୟତାର ଇତିହାସରେ କେତେକ ଏମିତି ବ୍ୟକ୍ତିତ୍ୱ ଅଛନ୍ତି, ଯେଉଁମାନେ  ନିଜ ସ୍ଵାର୍ଥକୁ ତ୍ୟାଗ କରି ସାମୂହିକ ମୂଲ୍ୟବୋଧ ପାଇଁ ଜୀବନ ଦେଇଛନ୍ତି। ହିମାଳୟ ଅଞ୍ଚଳରେ ଜଙ୍ଗଲ ସଂରକ୍ଷଣ ପାଇଁ ଚିପକୋ ଆନ୍ଦୋଳନ ବିଷୟରେ ଅନେକ ଲୋକ ଜାଣନ୍ତି। କିନ୍ତୁ, ଏହାର ଶହ ଶହ ବର୍ଷ ପୂର୍ବରୁ, ରାଜସ୍ଥାନରେ ମଧ୍ୟ ଏକ ଚିପକୋ ଆନ୍ଦୋଳନ ହୋଇଥିଲା, ଯାହାର ଇତିହାସ ବହୁତ ସ୍ପର୍ଶକାତର। ଏଥିରେ ପରିବେଶ ରକ୍ଷା ପ୍ରତି ସଚେତନ ଅମୃତା ଦେବୀ ବିଶ୍ନୋଇଙ୍କ ସମେତ ୩୬୩ ଜଣ ଲୋକ ନିଜ ଜୀବନ ବଳିଦାନ ଦେଇଥିଲେ।ସରକାରଙ୍କର ମୁଣ୍ଡ ନୁଆଁଇ ଦେଇଥିଲେ।ବିଶ୍ନୋଇ ସମ୍ପ୍ରଦାୟର ପ୍ରତିଷ୍ଠାତା ଥିଲେ ଗୁରୁ ଜମ୍ଭେଶ୍ୱର (ଜମ୍ଭୋଜୀ), ଯିଏ ୧୫ ଶତାବ୍ଦୀରେ ପ୍ରକୃତି ସୁରକ୍ଷାକୁ ଧର୍ମୀୟ କର୍ତ୍ତବ୍ୟ ଭାବରେ ସ୍ଥାପନ କରିଥିଲେ। ତାଙ୍କ ୨୯ ଟି ନିୟମ (ବିଶ୍-ନୋଇ)ରେ ସ୍ପଷ୍ଟ କରାଯାଇଥିଲା। ବିଶ୍ନୋଇ ସମ୍ପ୍ରଦାୟରେ ପ୍ରକୃତି ହେଉଛି ପରମେଶ୍ୱରଙ୍କ ପ୍ରତିରୂପ। ସେଠାରେ ପଶୁ, ପକ୍ଷୀ, ଗଛ, ମାଟି, ଜଳ ସବୁକୁ ପବିତ୍ର ମାନାଯାଏ। “ଗଛ କାଟିବା ପାପ, ପଶୁକୁ ହତ୍ୟା କରିବା ପାପ, ପ୍ରକୃତିକୁ ବିନାଶ କରିବା ମାନେ ମାନବତାକୁ...

ଟିକି ଟିକି ଫୁଲ ଆମେ✓

(ଟିକି ଟିକି ଫୁଲ ଆମେ) ଟିକି ଟିକି ଫୁଲ ଆମେ ଭାରତ ମାତାର ଖିଲି ଖିଲି ହସୁଥାଉ ନ ଥାଏ ଯେ ଡର ।। ଆମ ବାସ ଖେଳିଯାଏ ମୁଲକରୁ ମୁଲକ ଭାରତର ଅଟୁ ଆମେ ସୁକୋମଳ ପ୍ରତୀକ ।। ଟିକି ଟିକି ମନ ଆମ ଦିଅ ନାହିଁ ଦଳିରେ ସ୍ବର୍ଣ୍ଣ ଦେଶ ଗଢିଦେବୁ ତୋଳି ନିଅ ସ୍ନେହରେ।। ଟିକି ଟିକି ଶିଶୁ ଆମେ ଭାରତର ମଣି ଦୂର କରିବୁ ଅନ୍ଧାର ଆଲୋକକୁ କିଣି।। ଆମେ ଅଟୁ ଭବିଷ୍ୟତ ହୀରା ମୋତି ମାଣିକ ରଖିବୁ ଦେଶର ଟେକ ହୋଇ ଆମେ ନିର୍ଭୀକ ।। ଦେଶ ଜନନୀର ଲୁହ ପୋଛି ଦେବୁ ଆମେରେ ମାଆର ସୁରକ୍ଷା ଭାର ନେବୁ ଆମ କାନ୍ଧରେ ।। ଦରିଆ ବୁକୁରୁ ଆମେ ଖୋଜି ଦେବୁ ମୁକୁତା ସ୍ନେହ,ପ୍ରେମ, ଭକ୍ତି ଢାଳି ଦେବୁ ଶାନ୍ତି ବାର୍ତ୍ତା।। ଜ୍ଞାନର ଆଲୋକ ବାଣ୍ଟି ଯିବୁ ସତ୍ୟ ପଥରେ ଚିକିମିକି ଚମକିବୁ ଭାଇଚାରା ଡୋରରେ।। ରଙ୍ଗ ରଙ୍ଗୀନ ଫୁଲ ପରି ଗୁଣ ବିକଶିବ ଦିଗନ୍ତ ବିସ୍ତାରି ଆମ ନାମ ମହକିବ।। ଆମ ହାତେ ଦିଅ ଯେତେ ନୂଆ ରଙ୍ଗ ତୁଳିକା  ଆଙ୍କି ଦେବୁ ନବ ଛବି କେତେ ଭଳି ଭଳିକା ।। ସମୃଦ୍ଧ କରିବୁ ଭାଷା ବିଶ୍ୱେ ଯିବ ଚହଟି ହେଳା ନ କର ଆମକୁ ନିଅ କୋଳେ ସାଉଁଟି।। ଭାରତ ମାତାର ଅଟୁ ଗେହ୍ଲା ପୁଅ ଝିଅ କଳା, ସଂସ୍କୃତି ଐତିହ୍ୟ ରଖିବୁ ବଜାୟ।। ଅସୁମାରୀ ସ୍ବପ୍ନ ନେଇ ଦେଶକୁ ଗଢ଼ିବୁ ସୁସ୍ଥ, ଶାନ୍ତ ପରିବେଶ ଉଦ୍ଭବ କରିବୁ।। ଗାନ୍ଧୀ,ଚାଚା, ଶାସ୍ତ୍ରୀ,ପରି ମନୋଭାବ ନେଇ ଶୃଙ୍ଖଳ ବିଶ୍ବ ଗଢିବୁ ପ୍ରୀତି ରଙ୍ଗ ଦେଇ।। ମିଳିମିଶି ପ୍ରକୃତିର ରକ୍ଷା ଯେ କର...